Skip to content
The Believer's Library

Indian Revised Version(IRV) Odia - 2021

Philippians 3 IRVOry

Show IRVOry only
Verse × ×
1 Finally, brothers and sisters, rejoice in the Lord. Writing the same things again is no trouble for me, and it protects you. ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।
2 Watch for the dogs, watch for the evil workers, watch for those who mutilate the flesh. କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
3 We are the circumcision—worshiping by the Spirit of our Father, boasting in Christ Jesus, trusting nothing in the flesh, କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
4 though I too could have confidence in the flesh. If anyone else thinks he has grounds for confidence in the flesh, I have more: ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
5 Circumcised the eighth day; Israelite by birth, from Benjamin's tribe; Hebrew of Hebrews; a Pharisee under the law. ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
6 In zeal, persecuting the church; in righteousness under the law, blameless. ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
7 But whatever was gain to me, I now count as loss for the sake of Christ. କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।
8 Yes, I count everything as loss because of the priceless worth of knowing Christ Jesus my Lord. For his sake I've lost all things, and count them garbage, so I may gain Christ, ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
9 and be found in him, not having my own righteousness from the law, but that through faith in Christ—the righteousness from our Father based on faith, ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
10 so I may know him, his resurrection's power, sharing his sufferings, becoming like him in death, ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
11 if somehow I may attain to the resurrection from the dead. ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।
12 Not that I have already obtained it, or am already perfected, but I press on to grasp that for which Christ Jesus grasped me. ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
13 Brothers, I don't count myself as having grasped it yet. But one thing: forgetting what's behind, reaching for what's ahead, ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
14 I press toward the goal for the prize of our Father's heavenward call in Christ Jesus. ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।
15 Let all of us who are mature think this way; if you think differently on anything, our Father will reveal that to you too. ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
16 Only let us hold true to what we have already attained. କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
17 Brothers, imitate me together, and watch those who live by the pattern you have in us. ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
18 Many live as enemies of Christ's cross—I've told you this often, and now say it in tears. କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
19 Their end is destruction, their god the stomach, their glory their shame, minds fixed on earthly things. ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
20 But our citizenship is in heaven; from there we eagerly await a Savior, the Lord Jesus Christ, ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
21 who will transform our lowly body to match his glorious body, by the power that subjects all things to himself. ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]