Skip to content
The Believer's Library

Indian Revised Version(IRV) Odia - 2021

Philippians 4 IRVOry

Show IRVOry only
Verse × ×
1 So, my dear, longed-for brothers and sisters, my joy and crown, stand firm in the Lord this way, dear ones. ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
2 I urge Euodia and I urge Syntyche to agree with each other in the Lord. ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
3 Yes, I ask you too, true partner: help these women—they struggled with me for the gospel, along with Clement and my other coworkers, whose names are in the book of life. ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
4 Rejoice in the Lord always; again I will say, rejoice. ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
5 Show your gentleness to everyone. The Lord is near. ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
6 Worry about nothing; instead, in everything, through prayer and petition with thanksgiving, make your requests known to our Father. କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
7 The peace of our Father, beyond all understanding, will guard your hearts and your minds in Christ Jesus. ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
8 Finally, brothers, fix your minds on whatever is true, honorable, right, pure, lovely, admirable, excellent, and praiseworthy—and keep dwelling on these things. ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
9 What you have learned and received and heard and seen in me—do these things, and our Father of peace will be with you. ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
10 I rejoiced greatly in the Lord that at last you renewed your concern for me—you were indeed concerned, but lacked opportunity. ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11 Not that I speak from need—I've learned to be content in any circumstance. ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12 I know how to be brought low, and I know how to overflow. In any and every circumstance I've learned the secret: full and hungry, overflowing and lacking. ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
13 I can do all things through Christ who strengthens me. ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
14 Yet it was kind of you to share my trouble. ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
15 You Philippians know too: when the gospel began, when I left Macedonia, no church shared with me in giving and receiving except you alone. ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
16 Even in Thessalonica you sent me help for my needs more than once. କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
17 Not that I seek the gift, but I seek the fruit that increases to your credit. ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
18 I have received full payment, and more—filled, having received from Epaphroditus your gifts, a fragrant offering, a sacrifice acceptable and pleasing to our Father. ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
19 And my Father will supply all your needs according to his riches in glory in Christ Jesus. ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
20 Now to our Father be glory forever and ever. Amen. ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।
21 Greet every saint in Christ Jesus. The brothers who are with me greet you. ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
22 All the saints greet you, especially those of Caesar's household. ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
23 The grace of the Lord Jesus Christ be with your spirit. Amen. ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]