Skip to content
The Believer's Library

Indian Revised Version(IRV) Odia - 2021

Proverbs 1 IRVOry

Show IRVOry only
Verse × ×
1 The proverbs of Solomon, son of David, king of Israel: ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
2 To know wisdom and instruction, to understand words of insight, ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
3 to receive instruction in wise conduct, in righteousness, justice, and fairness, ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4 to give prudence to the simple, knowledge and discretion to the young, ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
5 let the wise also hear and increase in learning, and let the one who understands gain guidance, ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
6 to understand a proverb and a parable, the words of the wise and their riddles. ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
7 The fear of our Father is the beginning of knowledge; fools despise wisdom and instruction. ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
8 Listen, my son, to your father's instruction, and don't turn away from your mother's teaching, ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
9 for they are a graceful garland for your head and pendants for your neck. ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
10 My son, if sinners entice you, do not give in. ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
11 If they say, "Come with us, let us lie in wait for blood, let us ambush the innocent without cause; ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
12 like the grave let us swallow them alive, and whole, like those who go down to the pit; ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
13 we will find all kinds of precious goods, we will fill our houses with plunder; ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14 throw in your lot with us; we will all share one purse," ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”
15 my son, do not walk in the way with them; hold back your foot from their paths, ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
16 for their feet run to evil, and they hurry to shed blood. ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
17 For a net spread out before any bird's eyes catches nothing; କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18 but these lie in wait for their own blood; they ambush their own lives. ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19 Such are the ways of everyone greedy for unjust gain; it takes away the life of its possessors. ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
20 Wisdom cries aloud in the street; in the open squares she lifts her voice. ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21 At the head of the noisy streets she calls out; at the entrance of the city gates she speaks: ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
22 "How long, simple ones, will you love being simple? How long will mockers delight in their mocking and fools hate knowledge? “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
23 If you respond to my correction, I, Wisdom, will pour out my spirit on you; I will make my words known to you. ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 Because I have called and you refused, I stretched out my hand and no one paid attention, ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
25 and you ignored all my counsel and rejected all my correction, ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
26 I also will laugh at your calamity; I will mock when terror overtakes you, ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27 when terror overtakes you like a storm and your calamity comes like a whirlwind, when distress and anguish come upon you. ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28 Then they will call on me, but I will not answer; they will seek me earnestly but will not find me, ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29 because they hated knowledge and did not choose the fear of our Father, କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30 they rejected my counsel and despised all my correction. ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
31 So they will eat the fruit of their own way and have their fill of their own schemes. ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
32 For the waywardness of the simple will kill them, and the complacency of fools will destroy them; ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
33 but whoever listens to me will dwell secure and be at ease, without dread of disaster." ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]