Skip to content
The Believer's Library

Indian Revised Version(IRV) Odia - 2021

Proverbs 10 IRVOry

Show IRVOry only
Verse × ×
1 The proverbs of Solomon: A wise son brings joy to his father, but a foolish son brings grief to his mother. ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
2 Treasures gained by wickedness do not profit, but righteousness rescues from death. ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
3 Our Father will not let the righteous go hungry, but he thwarts the craving of the wicked. ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
4 Lazy hands make you poor, but diligent hands bring wealth. ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5 He who gathers in summer is a prudent son, but he who sleeps during harvest is a son who brings shame. ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6 Blessings rest on the head of the righteous, but the mouth of the wicked conceals violence. ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7 The memory of the righteous is a blessing, but the name of the wicked will rot. ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 A wise heart accepts commands, but a babbling fool comes to ruin. ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 Whoever walks in integrity walks securely, but he who makes his ways crooked will be found out. ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 Whoever winks causes trouble, and a babbling fool comes to ruin. ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 The mouth of the righteous is a fountain of life, but the mouth of the wicked conceals violence. ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12 Hatred stirs up conflict, but love covers all offenses. ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13 On the lips of the discerning, wisdom is found, but a rod is for the back of one who lacks sense. ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14 The wise store up knowledge, but the mouth of a fool invites ruin. ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15 The wealth of the rich is their fortified city; the ruin of the poor is their poverty. ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 The wage of the righteous leads to life; the gain of the wicked leads to sin. ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17 Whoever accepts discipline is on the path to life, but he who ignores correction leads others astray. ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18 Whoever conceals hatred is a liar, and whoever spreads slander is a fool. ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19 Where words are many, sin is never absent; but whoever holds his tongue is wise. ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20 The tongue of the righteous is choice silver; the heart of the wicked is worth little. ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21 The lips of the righteous nourish many, but fools die for lack of sense. ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
22 The blessing of our Father brings wealth, and he adds no sorrow with it. ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
23 Doing wickedness is a game to a fool, but wisdom is the delight of a person of understanding. କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
24 What the wicked dreads will come upon him, but the desire of the righteous will be granted. ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25 When the storm has passed, the wicked are gone, but the righteous are established forever. ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26 Like vinegar to the teeth and smoke to the eyes, so is the sluggard to those who send him. ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27 The fear of our Father lengthens life, but the years of the wicked will be cut short. ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
28 The hope of the righteous brings joy, but the expectation of the wicked will perish. ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29 The way of our Father is a refuge for the blameless, but ruin for those who do evil. ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30 The righteous will never be shaken, but the wicked will not remain in the land. ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
31 The mouth of the righteous yields wisdom, but the perverse tongue will be cut off. ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ।
32 The lips of the righteous know what is acceptable, but the mouth of the wicked, only what is perverse. ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]