Skip to content
The Believer's Library

Indian Revised Version(IRV) Odia - 2021

Proverbs 11 IRVOry

Show IRVOry only
Verse × ×
1 Dishonest scales are an abomination to our Father, but accurate weights are his delight. ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2 When pride comes, then comes disgrace, but wisdom comes with the humble. ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3 The integrity of the upright guides them, but the crookedness of the treacherous destroys them. ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4 Wealth does not profit in the day of wrath, but righteousness delivers from death. ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
5 The righteousness of the blameless makes their way straight, but the wicked falls by his own wickedness. ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
6 The righteousness of the upright delivers them, but the treacherous are trapped by their own craving. ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
7 When a wicked person dies, his hope perishes, and his confidence in his own strength comes to nothing. ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8 The righteous is delivered from trouble, and the wicked comes into it in his place. ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
9 With his mouth the godless destroys his neighbor, but through knowledge the righteous are delivered. ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10 When things go well for the righteous, the city rejoices, and when the wicked perish, there are shouts of joy. ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 By the blessing of the upright a city is exalted, but by the mouth of the wicked it is torn down. ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 Whoever despises his neighbor lacks sense, but a person of understanding stays silent. ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 A gossip goes about revealing secrets, but someone with a trustworthy spirit can keep a secret. ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 Where there is no guidance, a people falls, but in an abundance of counselors there is safety. ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 Whoever puts up security for a stranger will surely suffer for it, but whoever hates shaking hands on a pledge is secure. ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16 A gracious woman attains honor, and ruthless men attain riches. ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 A kind person benefits himself, but a cruel person brings trouble on himself. ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18 The wicked earns deceptive wages, but whoever sows righteousness earns a true reward. ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 Whoever is steadfast in righteousness finds life, but whoever pursues evil runs to his own death. ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20 Those of crooked heart are an abomination to our Father, but those whose ways are blameless are his delight. କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21 You can be sure the evil person will not go unpunished, but the children of the righteous will go free. ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।
22 Like a gold ring in a pig's snout is a beautiful woman who shows no discretion. ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23 The desire of the righteous ends only in good, but the hope of the wicked ends in wrath. ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
24 One person gives freely, yet grows all the richer; another withholds what is right, only to end up in need. କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
25 A generous soul will be enriched, and whoever refreshes others will himself be refreshed. ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
26 The people curse whoever holds back grain, but the one who sells it is blessed. ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
27 Whoever diligently seeks good seeks favor, but whoever searches for evil, evil will come to him. ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
28 Whoever trusts in his riches will fall, but the righteous will flourish like green leaves. ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29 Whoever brings trouble on his own household will inherit the wind, and the fool will be servant to the wise of heart. ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30 The fruit of the righteous is a tree of life, and whoever wins souls is wise. ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
31 If the righteous is repaid on earth, how much more the wicked and the sinner! ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]