Skip to content
The Believer's Library

Indian Revised Version(IRV) Odia - 2021

Proverbs 12 IRVOry

Show IRVOry only
Verse × ×
1 Whoever loves discipline loves knowledge, but whoever hates correction is senseless. ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
2 A good man obtains favor from our Father, but he condemns the man who schemes evil. ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3 No one is established by wickedness, but the root of the righteous will never be moved. ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4 A wife of noble character is her husband's crown, but one who brings shame is like decay in his bones. ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
5 The plans of the righteous are just, but the advice of the wicked is deceitful. ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
6 The words of the wicked lie in wait for blood, but the speech of the upright rescues the innocent. ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
7 The wicked are overthrown and are no more, but the house of the righteous will stand. ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
8 A person is praised according to their good sense, but one with a warped mind is despised. ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9 Better to be lowly and have a servant than to pretend to greatness and go hungry. ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10 The righteous care for the needs of their animals, but even the mercy of the wicked is cruel. ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11 Whoever works their land will have plenty of food, but whoever chases worthless pursuits lacks sense. ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12 The wicked crave the plunder of evil men, but the root of the righteous yields fruit. ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
13 An evil man is trapped by his sinful talk, but the righteous escapes from trouble. ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14 From the fruit of their words a person is filled with good things, and the work of their hands comes back to reward them. ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15 The way of a fool seems right in his own eyes, but the wise listen to advice. ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16 A fool shows his anger at once, but the prudent overlook an insult. ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17 Whoever speaks the truth gives honest testimony, but a false witness tells lies. ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18 Reckless words pierce like a sword, but the tongue of the wise brings healing. କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19 Truthful lips endure forever, but a lying tongue lasts only a moment. ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20 Deceit fills the hearts of those who plot evil, but joy belongs to those who promote peace. ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
21 No harm overtakes the righteous, but the wicked are full of trouble. ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
22 Lying lips are detestable to our Father, but those who act faithfully are his delight. ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23 The prudent keep their knowledge to themselves, but the heart of fools blurts out foolishness. ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24 Diligent hands will rule, but laziness ends in forced labor. କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25 Anxiety weighs down the heart, but a kind word cheers it up. ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26 The righteous guide their neighbor, but the way of the wicked leads them astray. ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27 The lazy do not roast their game, but the diligent prize their possessions. ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
28 In the path of righteousness there is life, and along that way there is no death. ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]