Skip to content
The Believer's Library

Indian Revised Version(IRV) Odia - 2021

Proverbs 17 IRVOry

Show IRVOry only
Verse × ×
1 Better a dry crust eaten in peace than a house full of feasting with strife. ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
2 A prudent servant will rule over a disgraceful son and will share the inheritance among the brothers. ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
3 The crucible is for silver and the furnace for gold, but our Father tests hearts. କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
4 An evildoer listens to wicked lips; a liar listens to a destructive tongue. କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
5 Whoever mocks the poor insults his Maker; whoever gloats over disaster will not go unpunished. ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
6 Grandchildren are the crown of the aged, and the glory of children is their parents. ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7 Fine speech is not fitting for a fool—still less are lying lips for a noble. ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8 A bribe seems like a magic charm to the one who gives it; wherever he turns, he thinks he will succeed. ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9 Whoever covers an offense seeks love, but whoever keeps bringing it up separates close friends. ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10 A rebuke goes deeper into a person of understanding than one hundred blows into a fool. ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11 A rebellious man seeks only evil, and a cruel messenger will be sent against him. ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12 Better to meet a bear robbed of her cubs than a fool in his foolishness. ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13 If anyone returns evil for good, evil will never leave his house. ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14 Starting a quarrel is like breaching a dam, so drop the dispute before it bursts out. କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15 Whoever justifies the wicked and whoever condemns the righteous—both alike are detestable to our Father. ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16 Why should a fool have money in hand to buy wisdom, when he has no heart to learn? ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।
17 A friend loves at all times, and a brother is born for a time of trouble. ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
18 One who lacks sense shakes hands on a pledge and puts up security for his neighbor. ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19 Whoever loves wrongdoing loves strife; whoever builds his gate high invites destruction. ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20 A crooked heart finds no good, and a twisted tongue falls into trouble. ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21 Whoever fathers a fool brings grief on himself; the father of a godless fool has no joy. ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22 A joyful heart is good medicine, but a crushed spirit dries up the bones. ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23 A wicked man takes a bribe in secret to pervert the ways of justice. ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
24 A discerning person keeps wisdom in view, but the eyes of a fool wander to the ends of the earth. ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
25 A foolish son is a grief to his father and bitterness to the mother who bore him. ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
26 To punish the righteous is not good, nor to flog the noble for their integrity. ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
27 Whoever holds back his words has knowledge, and one with a calm spirit is a person of understanding. ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
28 Even a fool who keeps silent is thought wise; when he closes his lips, he seems discerning. ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]