Skip to content
The Believer's Library

Indian Revised Version(IRV) Odia - 2021

Proverbs 19 IRVOry

Show IRVOry only
Verse × ×
1 Better is a poor person who walks in his integrity than one whose words are crooked and is a fool. ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
2 Also, desire without knowledge is not good, and whoever acts in haste misses the way. ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
3 A person's own foolishness ruins his way, yet his heart rages against our Father. ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
4 Wealth adds many friends, but the poor is separated from his friend. ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
5 A false witness will not go unpunished, and one who breathes out lies will not escape. ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
6 Many seek the favor of a generous person, and everyone is a friend to one who gives gifts. ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
7 All the brothers of a poor person hate him; how much more do his friends keep far from him! He calls after them, but they are gone. ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
8 Whoever gets wisdom loves his own soul; whoever guards understanding will find good. ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9 A false witness will not go unpunished, and one who breathes out lies will perish. ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10 Luxury is not fitting for a fool—much less for a servant to rule over princes. ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11 The good sense of a person makes him slow to anger, and it is his glory to overlook an offense. ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
12 A king's wrath is like the roaring of a lion, but his favor is like dew on the grass. ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13 A foolish son is ruin to his father, and a wife's quarreling is a continual dripping. ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14 House and wealth are an inheritance from one's ancestors, but a prudent wife is from our Father. ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15 Laziness casts into deep sleep, and an idle person will go hungry. ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16 Whoever keeps the commandment keeps his life; whoever despises his ways will die. ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17 Whoever is generous to the poor lends to our Father, and our Father will repay him for his deed. ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18 Discipline your son while there is hope, and do not set your heart on his destruction. ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19 A person of great wrath must pay the penalty; for if you rescue him, you will only have to do it again. ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20 Listen to counsel and accept discipline, that you may gain wisdom in the days to come. ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21 Many are the plans in a person's heart, but it is the counsel of our Father that will stand. ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22 What is desired in a person is covenant love, and a poor person is better than a liar. ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23 The fear of our Father leads to life, and whoever has it rests satisfied, untouched by harm. ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
24 The sluggard buries his hand in the dish and will not even bring it back to his mouth. ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
25 Strike a mocker, and the simple will learn prudence; reprove a person of understanding, and he will gain knowledge. ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26 Whoever does violence to his father and drives away his mother is a son who brings shame and disgrace. ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27 Stop listening to instruction, my son, and you will stray from the words of knowledge. ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28 A worthless witness mocks at justice, and the mouth of the wicked gulps down wickedness. ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
29 Punishment is prepared for mockers, and beatings for the backs of fools. ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]