Skip to content
The Believer's Library

Indian Revised Version(IRV) Odia - 2021

Proverbs 2 IRVOry

Side by side with the Father's Heart Bible™

ଜ୍ଞାନର ପୁରସ୍କାର

1ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କରଓ ମୋʼ ଆଜ୍ଞାସବୁ ମନରେ ରଖ;

2ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେରଓ ବୁଦ୍ଧିରେ ମନୋନିବେଶ କର;

3ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;

4ଯଦି ରୂପା ନ୍ୟାୟ ତାକୁ ଖୋଜଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;

5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।

6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।

7ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି,ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।

8ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

9ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟଓ ମଙ୍ଗଳର ସମସ୍ତ ପଥ ଜାଣିବ।

10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ,ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;

11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ,ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

13ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେସରଳ ମାର୍ଗ ପରିତ୍ୟାଗ କରନ୍ତି;

14ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;

15ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳଓ ଆପଣା ଆପଣା ପଥରେ ବକ୍ରଗାମୀ,ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।

16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରିଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,

17ଯାହାର ଗୃହ ମୃତ୍ୟୁୁ ଆଡ଼େ

18ଓ ଯାହାର ପଥ ପରଲୋକ ଆଡ଼େ ଯାଏ,ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁଓ ଜୀବନର ପଥ ଆଉ ଧରେ ନାହିଁ,

19ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।

20ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କରଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,

21ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ,ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।

22ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]