Skip to content
The Believer's Library

Indian Revised Version(IRV) Odia - 2021

Proverbs 2 IRVOry

Show IRVOry only
Verse × ×
1 My son, if you receive my words and store up my commandments within you, ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
2 making your ear attentive to wisdom and turning your heart toward understanding; ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
3 yes, if you call out for insight and raise your voice for understanding, ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
4 if you seek it like silver and search for it as for hidden treasure, ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5 then you will understand the fear of our Father and find the knowledge of our Father. ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6 For our Father gives wisdom; from his mouth come knowledge and understanding. ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7 He stores up sound wisdom for the upright; he is a shield to those who walk in integrity, ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8 guarding the paths of justice and watching over the way of his faithful ones. ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
9 Then you will understand righteousness and justice and fairness—every good path. ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10 For wisdom will enter your heart, and knowledge will be pleasant to your soul; କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11 discretion will watch over you, and understanding will guard you, ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12 rescuing you from the way of evil, from men who speak twisted things, ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13 who abandon the paths of uprightness to walk in the ways of darkness, ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14 who delight in doing evil and rejoice in the perversity of evil, ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15 whose paths are crooked, and who are devious in their ways. ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16 Wisdom will rescue you also from the forbidden woman, from the stranger with her smooth words, ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
17 who forsakes the companion of her youth and forgets the covenant of her Father. ଯାହାର ଗୃହ ମୃତ୍ୟୁୁ ଆଡ଼େ
18 For her house sinks down to death, and her paths to the dead. ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
19 None who go to her return, nor do they reach the paths of life. ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
20 So you will walk in the way of the good and keep to the paths of the righteous. ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
21 For the upright will live in the land, and those of integrity will remain in it; ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
22 but the wicked will be cut off from the land, and the treacherous will be torn away from it. ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]