Skip to content
The Believer's Library

Indian Revised Version(IRV) Odia - 2021

Proverbs 20 IRVOry

Show IRVOry only
Verse × ×
1 Wine is a mocker, strong drink a brawler, and whoever staggers under it is not wise. ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
2 The terror of a king is like the growl of a lion; whoever provokes him to anger forfeits his own life. ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
3 It is an honor for a person to keep clear of strife, but every fool is quick to quarrel. ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4 A lazy person will not plow in autumn; so at harvest he looks for a crop and finds nothing. ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5 The purposes of a person's heart are deep waters, but one who has understanding draws them out. ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
6 Many a person proclaims his own loyal love, but a faithful one—who can find? ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?
7 The righteous walk in their integrity; blessed are their children after them! ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
8 A king seated on the throne of judgment winnows out all evil with his eyes. ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
9 Who can say, "I have kept my heart pure; I am cleansed from my sin"? ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?
10 Unequal weights and unequal measures—our Father detests them both. ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11 Even a child is known by his actions, by whether his conduct is pure and upright. ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12 The hearing ear and the seeing eye—our Father made them both. ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
13 Do not love sleep, or you will grow poor; open your eyes, and you will have plenty of bread. ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
14 "Worthless, worthless!" says the buyer—then off he goes and boasts of his bargain. କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15 There is gold and an abundance of jewels, but lips that speak knowledge are a rare treasure. ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
16 Take the garment of one who puts up security for a stranger; hold it as a pledge when he does so for foreigners. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
17 Bread gained by deceit tastes sweet, but afterward the mouth is full of gravel. ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
18 Plans are established by counsel; so wage war only with wise guidance. ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
19 A gossip betrays a confidence; so do not keep company with a babbler. ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
20 Whoever curses his father or mother—his lamp will be snuffed out in deepest darkness. ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
21 An inheritance gained too quickly at the start will not be blessed in the end. ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
22 Do not say, "I will pay back evil for evil." Wait for our Father, and he will deliver you. “ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23 Our Father detests unequal weights, and dishonest scales are no good. ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
24 A person's steps are directed by our Father; how then can anyone understand his own way? ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?
25 It is a trap to rashly dedicate something and only later reconsider the vow. ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26 A wise king winnows out the wicked and drives the threshing wheel over them. ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
27 The human spirit is the lamp of our Father, searching every inmost part. ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
28 Loyal love and faithfulness preserve a king; by loyal love his throne is upheld. ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
29 The glory of the young is their strength, but the splendor of the old is gray hair. ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
30 Wounding blows scrub away evil, and beatings cleanse the inmost parts. କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]