Skip to content
The Believer's Library

Indian Revised Version(IRV) Odia - 2021

Proverbs 22 IRVOry

Show IRVOry only
Verse × ×
1 A good name is to be chosen rather than great riches, and favor is better than silver or gold. ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
2 The rich and the poor meet together; our Father is the Maker of them all. ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
3 The prudent sees danger and takes cover, but the simple keep going and pay the price. ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
4 The reward for humility and the fear of our Father is riches and honor and life. ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5 Thorns and snares lie in the path of the crooked; whoever guards his soul stays far from them. କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6 Train up a child in the way he should go, and even when he is old he will not depart from it. ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7 The rich rules over the poor, and the borrower is slave to the lender. ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8 Whoever sows injustice will reap calamity, and the rod of his fury will fail. ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9 Whoever has a generous eye will be blessed, for he shares his bread with the poor. ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10 Drive out the scoffer, and strife goes with him; quarreling and abuse will cease. ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
11 Whoever loves a pure heart and speaks graciously will have the king as his friend. ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
12 The eyes of our Father keep watch over knowledge, but he overturns the words of the traitor. ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
13 The lazy person says, "There is a lion outside! I will be killed in the streets!" ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
14 The mouth of forbidden women is a deep pit; whoever draws our Father's anger will fall into it. ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15 Foolishness is bound up in the heart of a child, but the rod of discipline drives it far away. ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
16 Whoever oppresses the poor to enrich himself, or gives to the rich, will come only to poverty. ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
17 Listen carefully to the words of the wise, and apply your heart to my knowledge, ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।
18 for it will be pleasant if you keep them within you, if all of them are ready on your lips. ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
19 So that your trust may be in our Father, I have made them known to you today, even to you. ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
20 Have I not written for you thirty sayings of counsel and knowledge, ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
21 to teach you what is right and true, so that you may give a true answer to those who sent you? ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
22 Do not rob the poor because he is poor, or crush the afflicted at the gate, ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23 for our Father will plead their cause and will rob of life those who rob them. ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
24 Do not befriend a man given to anger, and do not go with a hot-tempered man, ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
25 or you will learn his ways and entangle yourself in a snare. କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
26 Do not be one of those who give pledges, who put up security for debts. ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।
27 If you have nothing to pay with, why should your bed be taken from under you? ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
28 Do not move the ancient boundary stone that your fathers set up. ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।
29 Do you see a man skillful in his work? He will stand before kings; he will not stand before ordinary men. ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]