Skip to content
The Believer's Library

Indian Revised Version(IRV) Odia - 2021

Proverbs 24 IRVOry

Show IRVOry only
Verse × ×
1 Do not envy evil men, and do not desire to be with them, ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।
2 for their hearts plot violence, and their lips speak of trouble. କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
3 By wisdom a house is built, and by understanding it is established; ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
4 and by knowledge its rooms are filled with all precious and pleasant riches. ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
5 A wise man is full of strength, and a man of knowledge increases his power, ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
6 for by wise guidance you can wage your war, and victory comes through many counselors. ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
7 Wisdom is too high for a fool; at the gate, he has nothing to say. ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
8 Whoever plans to do evil will be called a schemer. ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
9 A fool's scheming is sin, and the scoffer is detestable to people. ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
10 If you falter in a time of trouble, your strength is small. ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
11 Rescue those being taken away to death, and hold back those stumbling toward the slaughter. ମୃତ୍ୟୁୁ ନିମନ୍ତେ ନିଆଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
12 If you say, "Look, we did not know this," does not he who weighs the heart perceive it? Does not he who watches over your soul know it? And will he not repay each person according to his deeds? ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?
13 My son, eat honey, for it is good, and the honeycomb's drippings are sweet to your taste. ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
14 Know that wisdom is just like this to your soul; if you find it, there is a future, and your hope will not be cut off. ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
15 Do not lie in wait, you wicked man, against the home of the righteous; do not destroy his resting place, ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।
16 for though the righteous falls seven times, he rises again, but the wicked stumble in disaster. ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17 Do not rejoice when your enemy falls, and do not let your heart be glad when he stumbles, ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18 lest our Father see it and be displeased, and turn his anger away from him. କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
19 Do not fret because of evildoers, and do not envy the wicked, ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
20 for the evil man has no future; the lamp of the wicked will be snuffed out. କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
21 My son, fear our Father and the king, and do not join with those who rebel against them, ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
22 for their disaster will rise suddenly, and who knows the ruin that both of them can bring? କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?
23 These also are sayings of the wise: Showing partiality in judgment is not good. ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
24 Whoever says to the guilty, "You are innocent," peoples will curse him and nations will denounce him, ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।
25 but it will go well for those who convict the guilty, and a rich blessing will come upon them. ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
26 An honest answer is like a kiss on the lips. ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।
27 Prepare your work outside, get your fields ready, and after that build your house. ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
28 Do not be a witness against your neighbor without cause; would you deceive with your lips? ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
29 Do not say, "I will do to him as he did to me; I will pay the man back for what he has done." “ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”
30 I passed by the field of a lazy man, by the vineyard of someone lacking sense, ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
31 and there it was, all overgrown with thorns; the ground was covered with weeds, and its stone wall was broken down. ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
32 Then I looked and took it to heart; I saw and received instruction. ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।
33 A little sleep, a little slumber, a little folding of the hands to rest, ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
34 and poverty will come upon you like a robber, and scarcity like an armed man. ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]