Skip to content
The Believer's Library

Indian Revised Version(IRV) Odia - 2021

Proverbs 26 IRVOry

Show IRVOry only
Verse × ×
1 Like snow in summer and like rain at harvest, honor is not fitting for a fool. ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
2 Like a fluttering sparrow or a darting swallow, an undeserved curse does not come to rest. ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
3 A whip for the horse, a bridle for the donkey, and a rod for the backs of fools. ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
4 Do not answer a fool according to his foolishness, or you yourself will be like him. ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
5 Answer a fool according to his foolishness, or he will be wise in his own eyes. ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
6 Whoever sends a message through a fool cuts off his own feet and drinks down violence. ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
7 Like the legs of a lame man hanging useless is a proverb in the mouth of fools. ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
8 Like binding a stone in a sling is giving honor to a fool. ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
9 Like a thornbush in the hand of a drunkard is a proverb in the mouth of fools. ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
10 Like an archer who wounds everyone is one who hires a fool or hires any passerby. ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
11 As a dog returns to its vomit, so a fool repeats his foolishness. ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
12 Do you see someone wise in his own eyes? There is more hope for a fool than for him. ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
13 The lazy person says, "There is a lion in the road! A lion in the streets!" ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
14 As a door turns on its hinges, so the lazy person turns on his bed. ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
15 The lazy person buries his hand in the dish; it wearies him to bring it back to his mouth. ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16 The lazy person is wiser in his own eyes than seven who answer wisely. ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17 Like grabbing a dog by the ears is a passerby who meddles in a quarrel not his own. ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18 Like a madman shooting firebrands, arrows, and death, ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19 so is the one who deceives his neighbor and says, "I was only joking!" ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
20 Without wood a fire goes out, and without a gossip a quarrel dies down. କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21 As charcoal to embers and wood to fire, so a quarrelsome person kindles strife. ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22 The words of a gossip are like choice morsels; they sink down into the inmost parts. କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23 Like a glaze covering an earthen pot are smooth lips with an evil heart. ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
24 An enemy disguises himself with his lips, but in his heart he harbors deceit. ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
25 When he speaks graciously, do not believe him, for seven abominations fill his heart. ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
26 Though his hatred is hidden by deceit, his wickedness will be exposed in the assembly. ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
27 Whoever digs a pit will fall into it, and a stone rolls back on the one who rolls it. ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
28 A lying tongue hates those it crushes, and a flattering mouth works ruin. ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]