Skip to content
The Believer's Library

Indian Revised Version(IRV) Odia - 2021

Proverbs 27 IRVOry

Show IRVOry only
Verse × ×
1 Do not boast about tomorrow, for you do not know what a day may bring. ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
2 Let someone else praise you, and not your own mouth; a stranger, and not your own lips. ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
3 A stone is heavy and the sand a burden, but a fool's provocation is heavier than both. ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
4 Wrath is cruel and anger is overwhelming, but who can stand before jealousy? କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?
5 Open rebuke is better than love that stays hidden. ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।
6 A friend's wounds are faithful, but an enemy's kisses are deceitful. ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
7 A well-fed person tramples honeycomb, but to the hungry even what is bitter tastes sweet. ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
8 A man who strays from his home is like a bird that strays from its nest. ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
9 Oil and incense gladden the heart, and the sweetness of a friend comes from heartfelt counsel. ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
10 Do not forsake your friend or your father's friend, and do not go to your brother's house when disaster strikes; better a neighbor nearby than a brother far off. ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
11 Be wise, my son, and make my heart glad, so that I can answer anyone who taunts me. ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
12 The prudent sees danger and takes cover, but the simple keep going and pay the price. ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
13 Take the garment of one who puts up security for a stranger; hold it as collateral when he does so for a foreign woman. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
14 Whoever blesses his neighbor with a loud voice early in the morning, it will be taken as a curse. ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15 A quarrelsome wife is like a constant dripping on a rainy day. ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
16 Restraining her is like restraining the wind, or grasping oil with the right hand. ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17 Iron sharpens iron, and one person sharpens another. ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18 Whoever tends a fig tree will eat its fruit, and whoever guards his master will be honored. ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19 As water reflects the face, so the heart reflects the person. ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
20 The grave and Destruction are never satisfied, and a person's eyes are never satisfied. ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।
21 The crucible is for silver and the furnace for gold, and a person is tested by the praise he receives. କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।
22 Though you grind a fool in a mortar with a pestle, along with the grain, his foolishness will not leave him. ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
23 Know well the condition of your flocks, and give careful attention to your herds. ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
24 For riches do not last forever, nor does a crown endure to every generation. କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
25 When the grass is gone and the new growth appears and the mountain herbs are gathered, ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
26 the lambs will provide your clothing, and the goats will provide the price of a field; ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
27 and there will be enough goats' milk for your food, for the food of your household and to sustain your servant girls. ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]