Skip to content
The Believer's Library

Indian Revised Version(IRV) Odia - 2021

Proverbs 28 IRVOry

Show IRVOry only
Verse × ×
1 The wicked flee when no one pursues, but the righteous are as bold as a lion. କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
2 When a land rebels, it has many rulers, but with a man of understanding and knowledge, it stays stable. ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
3 A poor man who oppresses the helpless is like a driving rain that leaves no food. ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
4 Those who forsake the law praise the wicked, but those who keep the law strive against them. ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
5 Evil people do not understand justice, but those who seek our Father understand it fully. ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
6 Better is a poor man who walks with integrity than a rich man crooked in his ways. ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
7 Whoever keeps the law is a son with understanding, but a companion of gluttons shames his father. ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8 Whoever multiplies his wealth by interest and unjust gain gathers it for one who is generous to the poor. ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
9 If anyone refuses to listen to the law, even his prayer is detestable. ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
10 Whoever leads the upright astray down an evil path will fall into his own pit, but the blameless will inherit good things. ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
11 A rich man is wise in his own eyes, but a poor man with understanding sees right through him. ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
12 When the righteous triumph, there is great glory, but when the wicked rise, people go into hiding. ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
13 Whoever conceals his sins will not prosper, but whoever confesses and turns from them will find mercy. ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
14 Blessed is the one who always remains reverent, but whoever hardens his heart will fall into calamity. ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
15 Like a roaring lion or a charging bear is a wicked ruler over a helpless people. ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
16 A ruler who lacks understanding is a cruel oppressor, but whoever hates unjust gain will prolong his days. ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
17 A man weighed down by the guilt of bloodshed will be a fugitive until death; let no one support him. ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
18 Whoever walks in integrity will be kept safe, but whoever is crooked in his ways will suddenly fall. ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।
19 Whoever works his land will have plenty of bread, but whoever chases empty pursuits will have plenty of poverty. ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
20 A faithful man will abound with blessings, but whoever rushes to get rich will not go unpunished. ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
21 Showing partiality is not good, yet for a piece of bread a man will do wrong. ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
22 A stingy man rushes after wealth and does not know that poverty will overtake him. କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
23 Whoever rebukes a man will in the end find more favor than one who flatters with his tongue. ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24 Whoever robs his father or mother and says, "It is no sin," is a companion to one who destroys. ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
25 A greedy man stirs up strife, but whoever trusts in our Father will be enriched. ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
26 Whoever trusts in his own heart is a fool, but whoever walks in wisdom will be kept safe. ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
27 Whoever gives to the poor will lack nothing, but whoever closes his eyes to them will receive many curses. ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
28 When the wicked rise, people go into hiding, but when they perish, the righteous flourish. ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]