Skip to content
The Believer's Library

Indian Revised Version(IRV) Odia - 2021

Proverbs 29 IRVOry

Side by side with the Father's Heart Bible™

1ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ,ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।

2ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି;ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।

3ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ;ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।

4ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ;ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।

5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ,ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।

6ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ;ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।

7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ;ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।

8ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି;ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।

9ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ,ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।

10ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି;ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।

11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ;ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।

12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ,ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।

13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି,ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।

14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ,ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।

15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ;ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।

16ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ;ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।

17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ;ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।

18ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି;ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।

19କଥାମାତ୍ରରେ ଦାସର ଦମନ ହୁଏ ନାହିଁ;ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।

20ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ?ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।

21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ,ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।

22କ୍ରୋଧୀ ଲୋକ ବିବାଦ ଜନ୍ମାଏ,ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।

23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ;ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।

24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ,ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।

25ଲୋକଭୟ ଫାନ୍ଦଜନକ;ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।

26ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି;ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।

27ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ,ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]