Skip to content
The Believer's Library

Indian Revised Version(IRV) Odia - 2021

Proverbs 29 IRVOry

Show IRVOry only
Verse × ×
1 Whoever is often corrected yet refuses to listen will suddenly be broken beyond healing. ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
2 When the righteous flourish, the people rejoice, but when the wicked rule, the people groan. ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3 A man who loves wisdom brings joy to his father, but a companion of prostitutes squanders his wealth. ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
4 By justice a king gives a land stability, but one who is greedy for bribes tears it down. ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
5 A man who flatters his neighbor spreads a net for his feet. ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6 An evil man is snared by his own sin, but the righteous sing and rejoice. ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7 The righteous care about justice for the poor, but the wicked have no such understanding. ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
8 Mockers set a city ablaze, but the wise calm the anger. ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9 When a wise man goes to court with a fool, the fool rages and scoffs, and there is no peace. ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10 The bloodthirsty hate the blameless and seek to kill the upright. ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
11 A fool vents all his anger, but a wise man holds it back and keeps himself calm. ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
12 If a ruler listens to lies, all his officials become wicked. ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13 The poor man and the oppressor have this in common: our Father gives sight to the eyes of both. ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14 If a king judges the poor with fairness, his throne will be established forever. ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15 The rod and a word of correction give wisdom, but a child left to himself brings shame to his mother. ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16 When the wicked flourish, wrongdoing flourishes, but the righteous will see the wicked's downfall. ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
17 Discipline your son, and he will give you peace; he will bring delight to your heart. ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18 Where there is no revelation, the people run wild, but blessed is the one who keeps the law. ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19 A servant cannot be corrected by words alone; though he understands, he will not obey. କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20 Do you see a man who is hasty with his words? There is more hope for a fool than for him. ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21 Pamper a servant from childhood, and in the end he will become like an heir. ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
22 An angry man stirs up strife, and a hot-tempered man commits many sins. କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23 A man's pride brings him low, but a humble spirit gains honor. ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24 An accomplice of a thief is his own enemy; he hears the curse but says nothing. ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25 Fear of man lays a snare, but whoever trusts in our Father is kept safe. ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
26 Many seek a ruler's favor, but justice for a person comes from our Father. ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
27 An unjust man is detestable to the righteous, and an upright person is detestable to the wicked. ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]