Skip to content
The Believer's Library

Indian Revised Version(IRV) Odia - 2021

Proverbs 3 IRVOry

Show IRVOry only
Verse × ×
1 My son, do not forget my teaching, but let your heart keep my commandments, ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
2 for they will add length of days and years of life and peace to you. ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।
3 Do not let covenant love and faithfulness leave you; bind them around your neck, write them on the tablet of your heart. ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
4 So you will find favor and a good reputation with our Father and with people. ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
5 Trust in our Father with all your heart, and do not lean on your own understanding. ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
6 In all your ways know him, and he will make your paths straight. ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
7 Do not be wise in your own eyes; fear our Father, and turn away from evil. ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
8 This will bring healing to your body and refreshment to your bones. ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
9 Honor our Father with your wealth and with the firstfruits of all your produce, ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
10 then your barns will be filled with plenty, and your vats will overflow with new wine. ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
11 My son, do not despise the discipline of our Father or be weary of his correction, ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
12 for our Father disciplines the one his heart loves, just as a father disciplines the son he delights in. କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
13 Blessed is the one who finds wisdom, and the one who gains understanding, ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
14 for the gain from her is better than gain from silver, and her profit better than gold. ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
15 She is more precious than jewels, and nothing you desire can compare with her. ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16 Long life is in her right hand; in her left hand are riches and honor. ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
17 Her ways are pleasant, and all her paths are peace. ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।
18 She is a tree of life to those who take hold of her; those who hold her fast are called blessed. ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
19 Our Father by wisdom founded the earth; by understanding he established the heavens; ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
20 by his knowledge the depths burst open, and the clouds drop down the dew. ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
21 My son, do not lose sight of these; keep sound wisdom and discretion, ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22 and they will be life for your soul and an adornment for your neck. ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23 Then you will walk on your way securely, and your foot will not stumble. ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24 If you lie down, you will not be afraid; when you lie down, your sleep will be sweet. ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25 Do not be afraid of sudden terror, or of the ruin of the wicked when it comes, ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26 for our Father will be your confidence and will keep your foot from being caught. ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
27 Do not withhold good from those who deserve it, when it is in your power to do it. ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
28 Do not say to your neighbor, "Go, and come back, and tomorrow I will give it"—when you have it with you. ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29 Do not plot evil against your neighbor, who lives trustingly beside you. ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
30 Do not quarrel with anyone for no reason, when he has done you no harm. ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
31 Do not envy a violent man, and do not choose any of his ways, ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
32 for the devious person is detestable to our Father, but he takes the upright into his confidence. କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
33 The curse of our Father is on the house of the wicked, but he blesses the home of the righteous. ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।
34 Toward the mockers he is scornful, but to the humble he gives grace. ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
35 The wise will inherit honor, but fools get only disgrace. ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]