Skip to content
The Believer's Library

Indian Revised Version(IRV) Odia - 2021

Proverbs 31 IRVOry

Show IRVOry only
Verse × ×
1 The words of King Lemuel—an oracle his mother taught him: ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2 What, my son? What, son of my womb? What, son of my vows? ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
3 Do not give your strength to women, or your ways to those who destroy kings. ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4 It is not for kings, Lemuel—not for kings to drink wine, or for rulers to crave strong drink. ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5 For if they drink, they will forget what is decreed and pervert the rights of all the oppressed. ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 Give strong drink to one who is perishing, and wine to those in bitter distress. ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7 Let them drink and forget their poverty, and remember their misery no more. ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8 Open your mouth for the voiceless, for the rights of all who are left destitute. ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9 Open your mouth, judge righteously, and defend the rights of the poor and needy. ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10 A woman of valor—who can find her? She is far more precious than jewels. ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11 The heart of her husband trusts in her, and he will lack nothing of value. ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12 She does him good and not harm, all the days of her life. ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13 She seeks out wool and flax, and works with willing hands. ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 She is like the merchant ships, bringing her food from afar. ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15 She rises while it is still night, provides food for her household, and portions for her servant girls. ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 She considers a field and buys it; from the fruit of her hands she plants a vineyard. ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 She wraps herself in strength and makes her arms strong. ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18 She perceives that her trading is profitable; her lamp does not go out at night. ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 She puts her hands to the spinning staff, and her hands grasp the spindle. ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20 She opens her hand to the poor and reaches out her hands to the needy. ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21 She has no fear for her household when it snows, for all her household are clothed in scarlet. ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22 She makes coverings for herself; her clothing is fine linen and purple. ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23 Her husband is known in the gates, when he sits among the elders of the land. ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24 She makes linen garments and sells them, and supplies sashes to the merchants. ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25 Strength and dignity are her clothing, and she laughs at the days to come. ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26 She opens her mouth with wisdom, and faithful instruction is on her tongue. ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27 She watches over the ways of her household and does not eat the bread of idleness. ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28 Her children rise up and call her blessed; her husband also, and he praises her: ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 "Many daughters have done valiantly, but you surpass them all." “ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
30 Charm is deceptive and beauty is fleeting, but a woman who reveres our Father—she will be praised. ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 Give her the fruit of her hands, and let her works praise her in the gates. ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]