Skip to content
The Believer's Library

Indian Revised Version(IRV) Odia - 2021

Proverbs 4 IRVOry

Show IRVOry only
Verse × ×
1 Listen, my children, to a father's instruction; pay attention, and gain understanding. ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
2 I am giving you sound teaching, so do not abandon my instruction. ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
3 For I too was a son to my father, tender and the only beloved of my mother. ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
4 He taught me and said, "Let your heart hold on to my words; keep my commands and you will live. ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
5 Get wisdom, get understanding; do not forget, and do not turn away from the words of my mouth. ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
6 Do not forsake her, and she will protect you; love her, and she will watch over you. ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
7 The beginning of wisdom is this: get wisdom; and with all you acquire, get understanding. ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
8 Cherish her, and she will lift you high; embrace her, and she will bring you honor. ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
9 She will set a garland of grace on your head; she will present you with a crown of glory." ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
10 Listen, my son, and receive my words, and the years of your life will be many. ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
11 I have taught you the way of wisdom; I have led you along straight paths. ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
12 When you walk, your steps will not be held back; and when you run, you will not stumble. ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13 Hold on to instruction, do not let go; guard her, for she is your life. ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
14 Do not set foot on the path of the wicked, and do not walk in the way of evildoers. କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
15 Avoid it, do not travel on it; turn away from it and pass on by. ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16 For they cannot sleep unless they do wrong; they are robbed of rest unless they make someone stumble. ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
17 They feed on the bread of wickedness and drink the wine of violence. ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18 But the path of the righteous is like the light of dawn, shining brighter and brighter until the full light of day. ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
19 The way of the wicked is like deep darkness; they do not know what makes them stumble. ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20 My son, pay attention to my words; listen closely to my sayings. ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର।
21 Never lose sight of them; keep them deep within your heart. ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22 For they are life to those who find them, and healing to their whole body. ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23 Above all else, guard your heart, for everything you do flows from it. ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
24 Keep crooked speech from your mouth, and keep deceitful lips far from you. ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25 Let your eyes look straight ahead; fix your gaze directly before you. ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
26 Give careful thought to the path for your feet, and all your ways will be secure. ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
27 Do not turn to the right or the left; keep your foot away from evil. ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]