1My son, pay attention to my wisdom; listen closely to my understanding,IRVOryହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
2so that you may guard discretion and your lips may preserve knowledge.IRVOryଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
3For the lips of the forbidden woman drip honey, and her mouth is smoother than oil,IRVOryଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4but in the end she is bitter as poison, sharp as a double-edged sword.IRVOryକିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5Her feet go down to death; her steps take hold of the grave.IRVOryତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ;
6She gives no thought to the path of life; her ways wander, and she does not know it.IRVOryଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7And now, my sons, listen to me, and do not turn away from the words of my mouth.IRVOryଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8Keep your way far from her, and do not go near the door of her house,IRVOryତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9lest you give your honor to others and your years to one who is cruel,IRVOryକେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10lest strangers take their fill of your strength, and your hard-earned labors go to the house of a foreigner,IRVOryକେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
11and at your end you groan, when your flesh and body are consumed,IRVOryଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12and you say, "How I hated discipline, and my heart despised correction!IRVOryଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
13I did not listen to the voice of my teachers or heed my instructors.IRVOryମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14I was at the brink of utter ruin in the midst of the assembled congregation."IRVOryମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
15Drink water from your own cistern, flowing water from your own well.IRVOryତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
16Should your springs overflow in the streets, your streams of water in the public squares?IRVOryତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?
17Let them be yours alone, and not shared with strangers.IRVOryତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
18May your fountain be blessed, and rejoice in the wife of your youth,IRVOryତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
19a loving doe, a graceful deer. May her love satisfy you always; may you be captivated continually by her love.IRVOryସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20Why then, my son, should you be captivated by a forbidden woman and embrace another man's wife?IRVOryହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
21For a man's ways are before the eyes of our Father, and he examines all the man's paths.IRVOryଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
22The wicked are caught by their own wrongdoing and held fast in the cords of their sin.IRVOryଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
23He will die for lack of discipline, and he will go astray because of his great foolishness.IRVOryସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]