Skip to content
The Believer's Library

Indian Revised Version(IRV) Odia - 2021

Proverbs 7 IRVOry

Show IRVOry only
Verse × ×
1 My son, keep my words, and store up my commandments within you. ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
2 Keep my commandments and live; guard my teaching as the apple of your eye. ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3 Bind them on your fingers; write them on the tablet of your heart. ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4 Say to wisdom, "You are my sister," and call understanding your dearest friend, ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5 to keep you from the forbidden woman, from the stranger with her smooth words. ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6 For at the window of my house I looked down through my lattice, ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7 and I saw among the naive, I noticed among the young men, a youth who lacked sense, ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ
8 passing through the street near her corner, taking the road to her house, ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9 in the twilight, as the day faded, in the dark of night and gloom. ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10 And there a woman comes to meet him, dressed like a prostitute, with cunning in her heart. ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11 She is loud and defiant; her feet will not stay at home. ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
12 Now in the street, now in the squares, she lurks at every corner. ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
13 She grabs him and kisses him, and with a brazen face she says to him: ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
14 "I had peace offerings to bring; today I have paid my vows. “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15 So I came out to meet you, to look for you eagerly, and I have found you. ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16 I have spread my bed with coverings, with colored linens from Egypt. ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।
17 I have perfumed my bed with myrrh, aloes, and cinnamon. ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18 Come, let us drink deep of love until morning; let us lose ourselves in love. ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19 For my husband is not at home; he has gone on a long journey. ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20 He took a bag of money with him and will not come home until the full moon." ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21 With all her persuasive words she sways him; with her smooth lips she draws him in. ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
22 All at once he follows her, like an ox going to the slaughter, like a deer stepping into a snare, ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
23 until an arrow pierces its liver; like a bird darting into a trap, he does not know it will cost him his life. ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
24 Now then, my sons, listen to me, and pay attention to what I say. ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।
25 Do not let your heart turn aside to her ways; do not wander into her paths. ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
26 For she has brought down many victims; her slain are a mighty multitude. ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।
27 Her house is the road to the grave, going down to the chambers of death. ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]