Skip to content
The Believer's Library

Indian Revised Version(IRV) Odia - 2021

Proverbs 8 IRVOry

Show IRVOry only
Verse × ×
1 Does not Wisdom call out, and understanding raise her voice? ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
2 Atop the heights along the way, where the paths meet, she takes her stand. ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3 Beside the gates, at the entrance to the city, at the doorways she cries aloud: ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4 "To you, all people, I call out; my voice reaches all humanity. “ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5 You who are simple, learn prudence; you who are foolish, gain an understanding heart. ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6 Listen, for I speak of noble things, and everything I say is right. ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
7 My mouth utters truth, for my lips detest wickedness. ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
8 All the words of my mouth are righteous; none of them is twisted or crooked. ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ।
9 To the one who understands they are all clear, and right to those who find knowledge. ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
10 Take my instruction instead of silver, and knowledge rather than choice gold, ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11 for wisdom is better than jewels, and nothing you desire can compare with her. ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
12 I, Wisdom, dwell with prudence, and I find knowledge and discretion. ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13 The fear of our Father is to hate evil. Pride and arrogance, the evil way, and perverse speech I hate. ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
14 Counsel is mine, and sound wisdom; I am understanding; strength is mine. ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
15 By me kings reign, and rulers decree what is just; ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16 by me princes govern, and nobles—all who rule with justice. ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17 I love those who love me, and those who search for me find me. ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
18 With me are riches and honor, enduring wealth and righteousness. ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19 My fruit is better than gold, than the finest gold, and what I yield surpasses choice silver. ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20 I walk in the way of righteousness, along the paths of justice, ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21 giving wealth as an inheritance to those who love me, and filling their treasuries. ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22 Our Father brought me forth at the beginning of his way, before his works of old. ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 From ages past I was established, from the beginning, before the earth began. ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 When there were no deep waters I was brought forth, when there were no springs overflowing with water. ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25 Before the mountains were settled, before the hills, I was brought forth, ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26 while he had not yet made the earth and its fields, or the first dust of the world. ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27 When he set the heavens in place, I was there; when he drew a circle over the face of the deep, ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28 when he set the skies in place above, when he established the springs of the deep, ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29 when he set for the sea its boundary so the waters would not cross their limits, when he marked out the foundations of the earth, ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30 then I was beside him as a master craftsman, and I was his daily delight, rejoicing before him always, ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31 rejoicing in his whole world, and delighting in the human family. ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32 And now, my children, listen to me: blessed are those who keep my ways. ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33 Listen to instruction and be wise; do not ignore it. ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34 Blessed is the one who listens to me, watching daily at my gates, waiting beside my doorway. ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
35 For whoever finds me finds life and receives favor from our Father. ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
36 But whoever misses me harms his own soul; all who hate me love death." ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]