Skip to content
The Believer's Library

Indian Revised Version(IRV) Odia - 2021

Psalms 14 IRVOry

Side by side with the Father's Heart Bible™

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ମଣିଷର ଦୁଷ୍ଟତା

1ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;ସୁକର୍ମକାରୀ କେହି ନାହିଁ।

2ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହିଅଛି କି ନାହିଁ, ଏହା ଦେଖିବା ପାଇଁସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।

3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।

4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ?ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତିଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ!ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତିତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]