Skip to content
The Believer's Library

Indian Revised Version(IRV) Odia - 2021

Psalms 142 IRVOry

Side by side with the Father's Heart Bible™

ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା।

ସହାୟତା ପାଇଁ ପ୍ରାର୍ଥନା

1ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ;ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;

2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ;ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

3ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେତୁମ୍ଭେ ମୋହର ମାର୍ଗ ଜାଣିଲ।ମୋʼ ଗମନ ପଥରେ ସେମାନେ ମୋʼ ପାଇଁଗୋପନରେ ଫାନ୍ଦ ପାତିଅଛନ୍ତି।

4ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ;ମୋତେ ଜାଣିବା ଲୋକ କେହି ନାହିଁ;ମୋହର ଆଶ୍ରୟ ବିନଷ୍ଟ ହୋଇଅଛି;ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

5ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ;ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ,ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

6ମୋʼ କାକୂକ୍ତିରେ ମନୋଯୋଗ କର;କାରଣ ମୁଁ ଅତି ଅଧୋନତ ହୋଇଅଛି;ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର;କାରଣ ସେମାନେ ମୋʼ ଅପେକ୍ଷା ବଳବାନ।

7କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର,ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି;ଧାର୍ମିକମାନେ ମୋତେ ବେଷ୍ଟନ କରିବେ;କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]