Skip to content
The Believer's Library

Indian Revised Version(IRV) Odia - 2021

Psalms 146 IRVOry

Side by side with the Father's Heart Bible™

ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

2ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି;ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।

3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।

4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ;ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।

5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ,ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ରଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ;ସେ ସଦାକାଳ ସତ୍ୟ ପାଳନ କରନ୍ତି;

7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି;ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି;ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।

8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି;ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି;ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।

10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ,ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]