Skip to content
The Believer's Library

Indian Revised Version(IRV) Odia - 2021

Psalms 148 IRVOry

Side by side with the Father's Heart Bible™

ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର;ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।

2ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

3ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

4ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

5ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।

6ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି;ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।

7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର,ହେ ତିମିଙ୍ଗିଳ ଓ ସକଳ ବାରିଧି;

8ଅଗ୍ନି ଓ ଶିଳା, ହିମ ଓ ବାଷ୍ପ;ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;

9ପର୍ବତ ଓ ସକଳ ଉପପର୍ବତ;ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;

10ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;

11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ;ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

12ଯୁବକ ଓ ଯୁବତୀମାନେ;ବୃଦ୍ଧ ଓ ବାଳକମାନେ;

13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।

14ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି,ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କରଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]