Skip to content
The Believer's Library

Indian Revised Version(IRV) Odia - 2021

Psalms 15 IRVOry

Side by side with the Father's Heart Bible™

ଦାଉଦଙ୍କର ଗୀତ।

ସଦାପ୍ରଭୁଙ୍କ ଆବଶ୍ୟକତା

1ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ?ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?

2ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣାଅନ୍ତଃକରଣରେ ସତ୍ୟ କହେ।

3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।

4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ;ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।

5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ,କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ।ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]