Skip to content
The Believer's Library

Indian Revised Version(IRV) Odia - 2021

Psalms 150 IRVOry

Side by side with the Father's Heart Bible™

ପରମେଶ୍ୱରଙ୍କ ସ୍ତୁତିଗାନ

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;

2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।

3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର;ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।

4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।

5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;

6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]