Skip to content
The Believer's Library

Indian Revised Version(IRV) Odia - 2021

Psalms 2 IRVOry

Side by side with the Father's Heart Bible™

ସଦାପ୍ରଭୁଙ୍କ ମନୋନୀତ ରାଜା

1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?

2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତିଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,

3“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”

4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ;ପ୍ରଭୁ ସେମାନଙ୍କୁ ପରିହାସ କରିବେ।

5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;

6“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତସିୟୋନରେ ସ୍ଥାପନ କରିଅଛି।”

7ମୁଁ ସେହି ବିଧାନ ପ୍ରଚାର କରିବି;ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର;ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।

8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭରଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାରନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।

9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”

10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।

11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

12ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ।ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]