Skip to content
The Believer's Library

Indian Revised Version(IRV) Odia - 2021

Psalms 3 IRVOry

Side by side with the Father's Heart Bible™

ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

ପ୍ରଭାତକାଳୀନ ପ୍ରାର୍ଥନା

1ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି।ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।

2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]

3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।

4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ,ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]

5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।

7ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର।କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ;ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।

8ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର;ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]