Skip to content
The Believer's Library

Indian Revised Version(IRV) Odia - 2021

Psalms 8 IRVOry

Side by side with the Father's Heart Bible™

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।

ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା

1ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ!ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।

2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁଆପଣା ବିପକ୍ଷଗଣ ସକାଶୁଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)

4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ?ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?

5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ,ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

9ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ,ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]