Skip to content
The Believer's Library

Indian Revised Version(IRV) Odia - 2021

Psalms 9 IRVOry

Side by side with the Father's Heart Bible™

ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ।

ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି

1ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।

2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି;ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

3ମୋହର ଶତ୍ରୁମାନେ ଫେରିଯିବା ବେଳେତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ;ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।

5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ,ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।

6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି,ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି;ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ,ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ।ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;

10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ;କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।

11ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର;ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

12କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି;ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।

13ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା,ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।

14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି।ସିୟୋନ କନ୍ୟାର ନଗର-ଦ୍ୱାରରେମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।

15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି;ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି;ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]

17ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି,ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବାଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

19ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ;ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

20ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର;ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]