Skip to content
The Believer's Library

Indian Revised Version(IRV) Odia - 2021

Romans 1 IRVOry

Show IRVOry only
Verse × ×
1 Paul, a servant of Christ Jesus, called to be an apostle, set apart for the gospel of our Father, ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
2 the gospel he promised beforehand through his prophets in the holy Scriptures, ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।
3 concerning his Son, who in his earthly life was descended from David, ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
4 and was declared to be the Son of our Father in power according to the Spirit of holiness by his resurrection from the dead—Jesus Christ our Lord. କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
5 Through him we received grace and apostleship for the obedience of faith among all the nations, for his name's sake, ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
6 and you also are among those called to belong to Jesus Christ. ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।
7 To all in Rome, loved by our Father and called his holy people: Grace to you and peace from our Father and the Lord Jesus Christ. ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
8 First, I thank my Father through Jesus Christ for all of you, since your faith is reported worldwide. ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।
9 For our Father is my witness, whom I serve with my spirit in the gospel of his Son, that I constantly remember you in my prayers, କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,
10 asking that somehow by our Father's will I may now at last succeed in coming to you. ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି।
11 For I long to see you, to share a spiritual gift that strengthens you, ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
12 that is, that we may be mutually encouraged by each other's faith, both yours and mine. ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।
13 I want you to know, brothers and sisters: I often planned to visit you, but was kept from it until now—to reap some harvest among you too, as among the rest of the nations. ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
14 I'm obligated to Greeks and non-Greeks, to wise and foolish. ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।
15 So I am eager to preach the gospel to you also who are in Rome. ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
16 I'm not ashamed of the gospel—it is our Father's power for salvation to everyone who believes, to the Jew first, and also the Greek. କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17 For in it our Father's righteousness is revealed, from faith to faith, as it is written: "The righteous will live by faith." ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
18 For our Father's wrath is revealed from heaven against all human godlessness and injustice, people who suppress the truth by injustice. କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19 What can be known about our Father is evident to them, for he has made it evident to them. ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
20 Since the world's creation, his invisible qualities—eternal power and divine nature—are clearly seen, understood from what he made. So they have no excuse. ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
21 Though they knew our Father, they didn't honor him as God or thank him—instead their thinking became empty, and their senseless hearts grew dark. କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22 Claiming to be wise, they became fools, ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
23 and exchanged our immortal Father's glory for images shaped like mortal man and birds and animals and reptiles. ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
24 So our Father gave them over to their hearts' desires, to impurity, dishonoring their bodies among themselves, ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।
25 because they traded the truth about our Father for a lie, worshiping and serving the creation instead of the Creator, who is blessed forever. Amen. କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।
26 Because of this, our Father gave them over to shameful desires. Their women exchanged natural relations for unnatural ones. ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
27 Likewise, men too abandoned natural relations with women, burning with lust for each other—men committing indecency with men, and receiving in themselves the penalty their error deserved. ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।
28 Since they refused to keep our Father in their knowledge, he handed them over to an unfit mind, to do improper things. ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
29 They were filled with all injustice, evil, greed, and malice; full of envy, murder, conflict, deceit, and spite; they are gossips, ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
30 slanderers, haters of our Father, insolent, arrogant, boastful, inventors of evil, disobedient to their parents, ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,
31 foolish, faithless, heartless, ruthless. ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।
32 Though they know our Father's righteous decree that those who do such things deserve death, they not only do them but applaud those who do them. ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]