Skip to content
The Believer's Library

Indian Revised Version(IRV) Odia - 2021

Romans 10 IRVOry

Show IRVOry only
Verse × ×
1 Brothers and sisters, my heart's desire and prayer to our Father for Israel is for their salvation. ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
2 I testify about them: they have zeal for our Father, but not according to knowledge. କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।
3 Ignorant of our Father's righteousness, seeking to establish their own, they did not submit to our Father's righteousness. ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।
4 For Christ is the law's goal, so all who believe receive righteousness. କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
5 For Moses writes about the righteousness that is based on the law: "The one who does these things will live by them." କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
6 But faith-based righteousness says: "Don't say in your heart, 'Who will go up to heaven?'" (that is, to bring Christ down). କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
7 "or 'Who will descend into the abyss?'" (that is, to bring Christ up from the dead). “ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?
8 But what does it say? "The word is near you, in your mouth and in your heart"—meaning the word of faith we proclaim: କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।
9 If you confess with your mouth Jesus is Lord and believe in your heart that our Father raised him from the dead, you will be saved. ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
10 For with the heart you believe and are made right with our Father, with the mouth you confess and are saved. କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
11 For the Scripture says, "Everyone who believes in him will not be put to shame." ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
12 No difference between Jew and Greek: the same Lord is Lord of all, generous to all who call on him. କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
13 For "everyone who calls on the name of our Lord Jesus will be saved." କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
14 So how can they call on one they haven't believed in? How can they believe in one they haven't heard of? How can they hear without someone preaching? ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
15 How can they proclaim him unless they're sent? As written: "How beautiful are the feet of those bringing good news!" ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
16 But not all obeyed the good news, for Isaiah says, "Our Father, who believed our message?" କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
17 So faith comes from hearing, and hearing through the word about Christ. ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
18 But I ask: did they not hear? Yes, they did: "Their sound went out to all the earth, their words to the ends of the world." କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
19 But I ask, did Israel not know? First Moses says: "I will make you jealous by those not a nation, angry by a nation without understanding." କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
20 Isaiah is bold enough to say, "I was found by those not seeking me; I appeared to those not asking for me." ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
21 But about Israel he says, "All day long I stretched out my hands to a disobedient, defiant people." କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]