Skip to content
The Believer's Library

Indian Revised Version(IRV) Odia - 2021

Romans 12 IRVOry

Show IRVOry only
Verse × ×
1 So brothers and sisters, by our Father's mercies I urge you: offer your bodies as a living sacrifice, holy and pleasing to him—your true, reasonable worship. ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
2 Don't be shaped by this age, but be transformed by renewing your mind, so you can discern our Father's will—good, pleasing, and perfect. ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
3 By the grace given me, I tell each of you: don't think of yourself more highly than you should, but think with sound judgment, each according to the measure of faith our Father assigned. କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
4 Just as one body has many parts, and the parts do not all have the same function, କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
5 so we, though many, are one body in Christ, and each of us belongs to the others. ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
6 Our gifts differ according to the grace given us: if prophecy, use it in proportion to our faith; ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
7 if service, in our serving; the one who teaches, in his teaching; କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8 the encourager, in encouragement; the giver, with generosity; the leader, with diligence; the merciful, with cheerfulness. ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
9 Let love be genuine. Hate what is evil; hold fast to what is good. ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10 Love one another with brotherly affection. Outdo one another in showing honor. ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11 Do not be lacking in zeal, but be fervent in spirit, serving the Lord. ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12 Rejoice in hope, be patient in affliction, be devoted to prayer. ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
13 Share with our Father's people in their needs; pursue hospitality. ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
14 Bless those who persecute you; bless, and do not curse. ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
15 Rejoice with those who rejoice; weep with those who weep. ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
16 Live in harmony with one another. Don't be arrogant, but associate with the lowly. Don't be wise in your own eyes. ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
17 Repay no one evil for evil; think ahead to do what is honorable before everyone. ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18 If possible, so far as it depends on you, live at peace with everyone. ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
19 Beloved, don't avenge yourselves; leave room for our Father's wrath. As it's written: Vengeance is mine, I will repay, says our Father. ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
20 Instead: "If your enemy is hungry, feed him; if thirsty, give him a drink; doing this, you'll heap burning coals on his head." “ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”
21 Do not be overcome by evil, but overcome evil with good. କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]