Skip to content
The Believer's Library

Indian Revised Version(IRV) Odia - 2021

Romans 13 IRVOry

Show IRVOry only
Verse × ×
1 Everyone must submit to ruling authorities, since no authority exists except from our Father, and those that exist are placed there by our Father. ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
2 So whoever opposes authority opposes what our Father has established, and opposers bring judgment on themselves. ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
3 Rulers aren't a threat to good actions, only bad ones. Want to not fear authority? Do good, and you'll earn its approval. କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
4 He is our Father's servant, for your good. But if you do wrong, be afraid—he doesn't carry the sword for nothing. He is our Father's servant, an avenger who brings wrath on the wrongdoer. କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
5 Therefore you must submit, not only to avoid punishment but also for the sake of conscience. ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
6 That's also why you pay taxes, for the authorities are our Father's ministers, devoted to this very thing. ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
7 Pay all what's owed: tax to whom tax, tolls to whom tolls, respect to whom respect, honor to whom honor. ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
8 Owe no one anything except to love one another, for loving another fulfills the law. ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
9 For the commandments—"Don't commit adultery, don't murder, don't steal, don't covet"—and any other commandment, are summed up in one word: "Love your neighbor as yourself." କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
10 Love does no wrong to a neighbor; therefore love is the fulfillment of the law. ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11 Do this, knowing the time: the hour has already come for you to wake from sleep—salvation is nearer now than when we first believed. ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
12 Night is nearly gone, day is near. So let's shed the deeds of darkness and put on the armor of light. ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
13 Let us live decently, as in daylight: not in orgies and drunkenness, not in sexual sin and indecency, not in conflict and envy. ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
14 Instead, dress yourselves in the Lord Jesus Christ; make no plan to satisfy the sinful nature's desires. ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]