Skip to content
The Believer's Library

Indian Revised Version(IRV) Odia - 2021

Romans 14 IRVOry

Show IRVOry only
Verse × ×
1 Now accept the one who is weak in faith, but not to argue about their opinions. ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
2 One person has faith to eat anything, while the one who is weak eats only vegetables. ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।
3 The eater must not look down on the non-eater, and the non-eater must not judge the eater, for our Father has accepted him. ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।
4 Who are you to judge another's servant? Before his own master he stands or falls; he will stand—the Lord can make him stand. ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
5 One judges a day above another; another, every day alike. Each must be fully convinced in his own mind. ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।
6 Whoever observes the day observes it for the Lord. Whoever eats, eats for the Lord, since he thanks our Father; whoever abstains, abstains for the Lord, and thanks our Father. ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।
7 For none of us lives for himself, and none of us dies for himself. କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।
8 If we live, we live for the Lord; if we die, we die for the Lord. Living or dying, we belong to the Lord. ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
9 Christ died and lived again for this: to be Lord of both the dead and the living. କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
10 But you—why do you judge your brother? Or you—why do you despise your brother? We'll all stand before our Father's judgment seat. କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
11 For it's written: "As I live, says our Father, every knee bows to me, every tongue confesses to me." ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”
12 So then, each of us will give an account of himself to our Father. ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
13 So stop judging each other. Instead decide never to put a stumbling block or trap before your brother. ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
14 I know, persuaded in the Lord Jesus, that nothing is unclean in itself; but to one who thinks it unclean, it is unclean. ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।
15 If food hurts your brother, you're no longer walking in love. Don't destroy someone Christ died for with your food. କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।
16 So do not let what you regard as good be spoken of as evil. ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;
17 The kingdom of our Father isn't eating and drinking, but righteousness and peace and joy in the Holy Spirit. କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
18 Whoever serves Christ in this way is pleasing to our Father and approved by people. ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।
19 So then, let us pursue whatever brings peace and builds each other up. ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
20 Don't destroy our Father's work over food. All things are clean, but eating that makes someone stumble is wrong. ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।
21 Good is not eating meat, drinking wine, or anything that makes your brother stumble. ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
22 Keep your faith to yourself before our Father. Blessed is the one who doesn't judge himself by what he approves. ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।
23 Whoever doubts is condemned if he eats, since not from faith; whatever isn't from faith is sin. କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]