Skip to content
The Believer's Library

Indian Revised Version(IRV) Odia - 2021

Romans 2 IRVOry

Show IRVOry only
Verse × ×
1 So you have no excuse, whoever you are, when you judge another—in judging them you condemn yourself, since you do the same things. ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।
2 Now we know that our Father's judgment rightly falls on those who do such things. ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
3 Do you think, whoever judges others for such things while doing them yourself, that you'll escape our Father's judgment? ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?
4 Or do you despise the riches of his kindness and restraint and patience, not realizing that our Father's kindness is meant to lead you to repentance? କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
5 But because of your hard, unrepentant heart, you are storing up wrath for yourself, for the day of wrath when our Father's righteous judgment will be revealed. କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
6 He will repay each person according to what they have done. ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
7 To those who through persistent good work seek glory, honor, and immortality, he will give eternal life. ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
8 But those who are self-seeking, reject the truth, and follow wickedness face wrath and rage. କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
9 Trouble and distress for everyone who does evil—the Jew first, then the Greek, ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
10 but glory, honor, and peace for all who do good—Jew first, then Greek too. ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
11 For our Father shows no favoritism. କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
12 Sinners without the law also perish without it; sinners under the law will be judged by it. ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
13 For not those who hear the law are righteous before our Father, but those who obey it will be justified. କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
14 Indeed, when Gentiles, who do not have the law, do by nature what the law requires, the law is at work within them, even though they do not have the law. ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
15 They show the law's work written on their hearts, their conscience bearing witness, and their conflicting thoughts accusing or defending them. କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
16 This happens on the day our Father judges everyone's secrets through Jesus Christ—so my gospel says. ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
17 But if you call yourself a Jew, rely on the law, and boast in our Father, କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,
18 if you know our Father's will and approve what is excellent because you are instructed by the law, ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
19 if you're convinced you are a guide for the blind, a light for those in darkness, ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
20 a corrector of the foolish, teacher of the immature, holding in the law the shape of knowledge and truth. ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
21 You teach others—do you not teach yourself? You preach against stealing—do you steal? ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
22 You who tell others not to commit adultery—do you commit it? You who detest idols—do you rob temples? ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?
23 You who boast in the law, do you dishonor our Father by breaking the law? ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?
24 As it is written: "Our Father's name is blasphemed among the nations because of you." କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
25 Circumcision helps if you keep the law; break it, and your circumcision becomes being uncircumcised. ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।
26 So if the uncircumcised keep the law's requirements, won't their uncircumcision be counted as circumcision? ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?
27 The physically uncircumcised who keep the law will judge you who, with the letter and circumcision, break the law. ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।
28 For being a Jew isn't merely about the outside, nor circumcision merely about the body. କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;
29 Rather, one is a Jew inwardly, circumcision being of the heart, by the Spirit, not the written code; that one's praise is not from people but from our Father. କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]