Skip to content
The Believer's Library

Indian Revised Version(IRV) Odia - 2021

Romans 4 IRVOry

Show IRVOry only
Verse × ×
1 What then should we say that Abraham, our physical forefather, has found? ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
2 For if Abraham was justified by works, he has something to boast about—but not before our Father. କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।
3 For what does Scripture say? Abraham believed our Father, and it was counted to him as righteousness. କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
4 To the one who works, wages aren't credited as a gift but as what's owed. ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ।
5 But to one who does not work, but trusts him who justifies the wicked, his faith is counted as righteousness. କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
6 As David also speaks of the blessing of the person our Father credits righteousness to, apart from works: ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,
7 "Blessed are those whose lawless deeds are forgiven, and whose sins are covered; “ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ।
8 blessed is the one whose sin our Father will never count against him." ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”
9 Is this blessing only for the circumcised, or also the uncircumcised? We say Abraham's faith was credited as righteousness. ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ନା ଅସୁନ୍ନତିପ୍ରାପ୍ତମାନଙ୍କୁ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
10 How then was it credited? While he was circumcised, or uncircumcised? Not while circumcised, but while uncircumcised. ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ।
11 He received circumcision as a sign, a seal of the righteousness he had by faith while still uncircumcised, so he would be father of all who believe though uncircumcised, with righteousness credited to them too, ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
12 and father of the circumcised who are not only circumcised but also walk in the footsteps of the faith our father Abraham had while uncircumcised. ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
13 For the promise to Abraham and his offspring that he would inherit the world did not come through the law, but through faith's righteousness. କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
14 For if those who live by the law are heirs, faith is emptied and the promise nullified. ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।
15 Law brings wrath; where there is no law, there is no violation. କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
16 So it comes by faith, to be by grace, guaranteeing the promise to all the offspring—not only those tied to the law but also those who share Abraham's faith, father of us all, ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
17 as it is written, "I have made you father of many nations"—before our Father, in whom he believed, who gives life to the dead and calls things that do not exist into being. ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।
18 Against hope, he believed in hope, becoming father of many nations, as he'd been told: "So will your offspring be." “ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
19 Not weak in faith, he considered his own body already as good as dead—he was about one hundred—and Sarah's womb lifeless. ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
20 He did not doubt our Father's promise in lack of faith, but was strengthened in faith, giving glory to our Father, ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,
21 fully convinced that what our Father had promised he was also able to do. କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
22 That is why "it was credited to him as righteousness." ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
23 But the words "it was credited to him" were written not for his sake alone, ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
24 and also for us who will be credited with it—those trusting the one who raised our Lord Jesus from the dead, ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
25 who was delivered over for our sins and raised to make us right with our Father. ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]