Skip to content
The Believer's Library

Indian Revised Version(IRV) Odia - 2021

Romans 5 IRVOry

Show IRVOry only
Verse × ×
1 So, since we are made right by faith, we have peace with our Father through our Lord Jesus Christ. ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
2 Through whom we've gained access by faith into this grace we stand in, and we rejoice in hope of our Father's glory. ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
3 Not only that, but we also boast in our suffering, since suffering produces endurance, କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
4 and endurance produces character, and character produces hope. ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
5 Hope doesn't put us to shame, because our Father's love has been poured into our hearts through the Holy Spirit given to us. ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
6 While we were still weak, at the right time Christ died for the wicked. କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
7 Rarely would anyone die for a righteous person, though for a good person someone might even dare to die. ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।
8 But our Father shows his own love for us: while we were still sinners, Christ died for us. କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
9 Much more then, now made right by his blood, we will be saved through him from the wrath. ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
10 If, as enemies, we were reconciled to our Father through the death of his Son, how much more, now reconciled, will his life save us? କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
11 Not only that—we also rejoice in our Father through our Lord Jesus Christ, through whom we have now received reconciliation. ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
12 So, as sin entered the world through one man, and death through sin, death spread to everyone, since all sinned. ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
13 Before the law, sin was already in the world; but sin isn't counted where there's no law. କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
14 Still, death ruled from Adam to Moses, even over those whose sin didn't match Adam's wrongdoing—Adam foreshadows the one to come. ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
15 But the gift is not like the sin: if many died through one man's sin, much more has our Father's grace and the gift by the grace of the one man Jesus Christ overflowed to many. କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
16 And the gift is not like the result of that one man's sin: judgment from one sin brought condemnation, but the gift from many sins brought justification. ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
17 For if death reigned through that one man because of one trespass, how much more will those receiving grace's overflow and the gift of righteousness reign in life through the one man, Jesus Christ. ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
18 So then, as one trespass condemned everyone, one righteous act brings everyone justification and life. ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
19 As one man's disobedience made the many sinners, so one man's obedience will make the many righteous. କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
20 Now the law came in so that the trespass might increase, but where sin increased, grace abounded all the more, ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
21 so that as sin reigned in death, grace might reign through righteousness to eternal life, through Jesus Christ our Lord. ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]