Skip to content
The Believer's Library

Indian Revised Version(IRV) Odia - 2021

Romans 8 IRVOry

Show IRVOry only
Verse × ×
1 There is therefore now no condemnation for those who are in Christ Jesus. ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
2 In Christ Jesus, the Spirit's law of life freed you from sin and death's law. କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
3 What the law couldn't do, weakened by the flesh, our Father did: sending his own Son in the likeness of sinful flesh, as a sin offering, he condemned sin in the flesh, ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
4 so the law's righteous requirement would be fulfilled in us, who walk not according to the flesh but according to the Spirit. ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।
5 Those who live by the flesh focus on what the flesh wants; but those who live by the Spirit, on what the Spirit wants. କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
6 For a mind fixed on the flesh is death; a mind fixed on the Spirit is life and peace. କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
7 For the flesh-ruled mind is hostile to our Father; it doesn't submit to our Father's law—indeed it cannot. ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
8 Those ruled by the sinful nature cannot please our Father. ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ।
9 But you are not in the flesh but in the Spirit, if indeed the Spirit of our Father lives in you. Whoever lacks the Spirit of Christ does not belong to him. କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
10 But if Christ is in you, the body is dead from sin, but the Spirit is life from righteousness. କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
11 So if the Spirit of our Father who raised Jesus from the dead lives in you, he who raised Christ from the dead will also make your mortal bodies alive through his Spirit living in you. ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
12 So then, brothers and sisters, we are debtors—but not to the flesh, to live by it. ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;
13 For if you live by the flesh, you will die; but if by the Spirit you put to death the body's deeds, you will live. କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
14 For all who are led by the Spirit of our Father are children of our Father. ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
15 You did not receive a spirit of slavery, to fall back into fear, but received the Spirit of sonship, by whom we cry, "Abba! Father!" କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
16 The Spirit himself bears witness with our spirit that we are children of our Father. ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
17 If children, then heirs—heirs of our Father, co-heirs with Christ, if we suffer with him, so we may also be glorified with him. ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
18 I count this era's suffering as nothing next to the glory to be revealed to us. କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
19 For the creation waits with eager longing for the children of our Father to be revealed. ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
20 For creation was subjected to frustration—not by choice, but by him who subjected it—in hope, କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
21 that creation itself will be freed from its slavery to decay, into the freedom of the glory of our Father's children. ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
22 For we know the whole creation has groaned together in labor pains until now. କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
23 And not only the creation, but we too—who hold the Spirit's firstfruits—groan within ourselves, waiting eagerly for our full rights as sons to be restored, the redemption of our bodies. ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
24 In this hope we were saved. Hope seen isn't hope—who hopes for what he already sees? କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
25 But if we hope for what we do not see, we wait for it with patience. କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
26 So too the Spirit helps our weakness: we don't know what to pray for as we should, but the Spirit himself pleads for us with wordless groans. ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
27 He who searches hearts knows the Spirit's mind, since the Spirit intercedes for the saints according to our Father's will. ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
28 We know all things work together for good for those who love our Father, who are called according to his purpose. ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
29 Those he foreknew, he also predestined to be shaped to his Son's image, so he would be firstborn among many brothers and sisters. କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
30 Those he predestined, he also called; those he called, he also justified; those he justified, he also glorified. ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
31 So what do we say to these things? If our Father is for us, who can be against us? ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
32 He didn't spare his own Son but gave him up for us all—won't he also freely give us everything with him? ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
33 Who should bring any charge against our Father's chosen ones? Our Father is the one who justifies. ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
34 Who condemns? Christ Jesus—who died, more than that, was raised, who is at our Father's right hand, who indeed intercedes for us. କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
35 Who can separate us from Christ's love? Suffering, hardship, persecution, famine, nakedness, danger, sword? ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
36 As it is written: "For your sake we are killed all day long; we are counted as sheep to be slaughtered." ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
37 No, in all these things we are more than conquerors through him who loved us. ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
38 For I am convinced neither death nor life, neither angels nor rulers, neither present nor future, nor powers, କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
39 neither height nor depth, nor anything else in all creation, can separate us from the love of our Father in Christ Jesus our Lord. ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]