Skip to content
The Believer's Library

Indian Revised Version(IRV) Odia - 2021

Romans 9 IRVOry

Show IRVOry only
Verse × ×
1 I speak truth in Christ, not lying—my conscience testifies with me in the Holy Spirit, ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
2 that I have great sorrow and unceasing anguish in my heart. ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।
3 I could wish myself cursed, cut off from Christ, for my brothers and sisters, my own people by blood. କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।
4 They are Israelites: theirs the full rights as sons, the glory, the covenants, the lawgiving, the worship, the promises. ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
5 The ancestors are theirs; from them, by human descent, comes the Christ, who is God over all, blessed forever. Amen. ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।
6 This doesn't mean our Father's word has failed, for not all descended from Israel are Israel. କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
7 Not all Abraham's offspring are his children; rather, "Your offspring will be named through Isaac." କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
8 That is, the children of the flesh are not children of our Father, but children of the promise count as offspring. ଏହାର ଅର୍ଥ ଯେ, ଯେଉଁମାନେ ଶାରୀରିକ ଭାବେ ସନ୍ତାନ, ସେମାନେ ଯେ ଈଶ୍ବରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି।
9 For the promise says: "At this time next year I will come, and Sarah will have a son." କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ।
10 Not only that, but Rebekah too conceived by one man, our father Isaac, ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍‍ ଆମ୍ଭମାନଙ୍କ ପିତୃ-ପୁରୁଷ ଇସ୍‌ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ,
11 though not yet born, having done nothing good or bad—so our Father's purpose by election might stand, ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,
12 not from works, but from him who calls, she was told: "the older will serve the younger." ଏଥିନିମନ୍ତେ ଏହି କଥା ତାହାଙ୍କୁ କୁହାଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ;
13 As it is written, "Jacob I loved, but Esau I hated." ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’”
14 What should we say then? Is there injustice with our Father? By no means! ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।
15 For he tells Moses, "I will have mercy on whom I have mercy, and I will have compassion on whom I have compassion." କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”
16 So then it depends not on human will or exertion, but on our Father, who has mercy. ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ।
17 For the Scripture says to Pharaoh: "I raised you up for this very reason, to show my power in you, and to have my name proclaimed in all the earth." ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”
18 So then he has mercy on whomever he wills, and he hardens whomever he wills. ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
19 So you'll ask me, "Why does he still find fault? Who resists his will?" ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?
20 But who are you, mere human, to argue with our Father? Does the molded say to its molder, "Why did you make me like this?" କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
21 Does the potter not have authority over the clay, making from one lump a vessel for honor, another for dishonor? କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
22 What if our Father, wanting to show his wrath and make known his power, patiently endured vessels of wrath prepared for destruction, କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
23 to reveal his glory's riches for vessels of mercy he prepared beforehand for glory, ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?
24 even us whom he has called, not from the Jews only but also from the Gentiles? ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,
25 As he says in Hosea, "I will call those not my children, my children, and her not beloved, beloved." ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।”
26 "And in the very place where it was said to them, 'You are not my people,' there they will be called 'children of the living Father.'" ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”
27 Isaiah cries out about Israel: "Though Israel's children number like sand of the sea, only a remnant will be saved, ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;
28 for our Father will carry out his sentence upon the earth, fully and without delay." ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।”
29 And as Isaiah predicted: "Had the Father of heaven's armies not left us offspring, we'd have become like Sodom, made like Gomorrah." ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”
30 What then should we say? Gentiles not pursuing righteousness attained righteousness, righteousness by faith; ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
31 but that Israel, who pursued a law of righteousness, did not reach that law. କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
32 Why? Because they pursued it not through faith but as though through works. They stumbled on the stumbling stone, କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
33 as it is written, "See, I am placing in Zion a stumbling stone, a rock that offends; whoever trusts him won't be put to shame." ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]