Skip to content
The Believer's Library

Indian Revised Version(IRV) Odia - 2021

Ruth 1 IRVOry

Show IRVOry only
Verse × ×
1 When the judges ruled, a famine struck the land, and a man from Bethlehem in Judah went with his wife and two sons to stay a while in the fields of Moab. ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।
2 The man was named Elimelech, his wife Naomi, and his two sons Mahlon and Chilion—Ephrathites from Bethlehem in Judah. They went to the territory of Moab and stayed there. ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।
3 Then Elimelech, Naomi's husband, died, and she was left with her two sons. ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।
4 They married Moabite women—Orpah and Ruth—and lived there about ten years. ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।
5 Both Mahlon and Chilion also died, and Naomi was left without her two children and husband. ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।
6 In Moab's fields, Naomi heard that our Father had attended his people, giving them food, so she set out with her two daughters-in-law to return from there. ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।
7 She left the place where she had been, with her two daughters-in-law, and they went on the road back to the land of Judah. ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।
8 Naomi told her two daughters-in-law, "Return, each to your mother's home. May our Father deal kindly with you, as you dealt with the dead and with me. ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।
9 May our Father give each of you rest in another husband's home." Then she kissed them, and they wept aloud. ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
10 And they said to her, "No—we will return with you to your people." ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”
11 Naomi said, "Go back, my daughters. Why go with me? Do I have more sons in my womb to become your husbands? ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?
12 Return, my daughters, go, for I'm too old to marry. Even if I said there's still hope, even if I had a husband tonight and bore sons, ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,
13 would you wait for them until grown? Would you stay unmarried for them? No, my daughters—it's far more bitter for me than you, since our Father's hand has turned against me." ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।”
14 At this they wept aloud again. Then Orpah kissed her mother-in-law goodbye, but Ruth clung to her. ଏଥିରେ ସେମାନେ ପୁନର୍ବାର ଉଚ୍ଚସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା।
15 Naomi said, "Look, your sister-in-law went back to her people and her gods. Go back with her." ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”
16 Ruth said, "Don't push me to leave you or turn back from following you. Where you go, I'll go; where you stay, I'll stay. Your people will be my people, and your God my God. ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍‍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
17 Where you die I will die, and there I will be buried. May our Father punish me ever so severely if anything but death separates you and me." ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
18 When Naomi saw that Ruth was determined to go with her, she said no more to her. ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।
19 So both of them traveled until they reached Bethlehem. When they entered Bethlehem, the whole town stirred over them, and the women said, "Is this Naomi?" ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”
20 "Don't call me Naomi," she said. "Call me Mara—the Almighty has dealt very bitterly with me. ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।
21 I went away full, but our Father has brought me back empty. Why call me Naomi, when our Father has afflicted me and the Almighty has brought misfortune upon me?" ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”
22 So Naomi returned from the fields of Moab with Ruth the Moabite, her daughter-in-law, who came back with her. They reached Bethlehem as barley harvest began. ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]