Skip to content
The Believer's Library

Indian Revised Version(IRV) Odia - 2021

Ruth 2 IRVOry

Show IRVOry only
Verse × ×
1 Naomi had a relative through her husband, a prominent, wealthy man from Elimelech's clan, named Boaz. ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।
2 Ruth the Moabite said to Naomi, "Let me glean grain behind anyone who favors me." She said, "Go, my daughter." ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”
3 So she went out and gleaned behind the harvesters, and she happened to come to the field belonging to Boaz, of Elimelech's family. ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।
4 Just then Boaz came from Bethlehem, telling the harvesters, "May our Father be with you." "Our Father bless you," they replied. ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”
5 Then Boaz said to his foreman, "Whose young woman is this?" ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର?”
6 The foreman answered, "She's the young Moabite woman who returned with Naomi from Moab's country. ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।
7 She said, 'Please let me glean and gather among the sheaves behind the harvesters.' She came and has stayed from morning till now, resting only briefly in the shelter." ଆଉ ସେ ମୋତେ କହିଲା, ‘ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ;’ ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”
8 Boaz said to Ruth, "Listen, my daughter. Don't glean in another field or leave here; stay close to my young women. ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।
9 Watch the field they harvest and follow behind them. I've told the young men not to touch you. When thirsty, drink from the jars the young men filled." ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”
10 She bowed facedown to the ground and asked him, "Why have I found favor in your eyes that you notice me, a foreigner?" ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”
11 Boaz answered, "I've heard all you did for your mother-in-law since your husband died—how you left your father, mother, and homeland to come to a people you didn't know before. ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମ ଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହାଯାଇଅଛି।
12 May our Father repay your deed; may our Father, the God of Israel, under whose wings you've come for refuge, reward you fully." ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
13 "May I find favor in your eyes, my lord," she said, "for you've comforted me and spoken kindly to your servant, though I'm not one of your servants." ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”
14 At mealtime Boaz said, "Come here, eat some bread, dip your piece in the wine vinegar." She sat beside the harvesters; he passed her roasted grain. She ate her fill and had some left. ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।
15 When she rose to glean, Boaz ordered his young men, "Let her glean even among the sheaves; don't shame her. ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।
16 Instead, pull stalks from the bundles for her and leave them for her to pick up, and don't correct her." ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”
17 She gleaned in the field till evening, then beat out what she'd gathered—about twenty quarts of barley. ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।
18 She carried it to town; her mother-in-law saw how much she'd gleaned. She also brought out and gave her what she'd saved after eating her fill. ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।
19 Her mother-in-law asked, "Where did you gather today? Where did you work? Blessed be the man who noticed you!" Ruth named whose field: "The man I worked with today is Boaz." ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”
20 Naomi told her daughter-in-law, "May our Father bless him, whose kindness hasn't left the living or the dead." She added, "He's a close relative, one of our redeemers." ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”
21 Then Ruth the Moabite said, "He even told me, 'Stay with my workers until they finish all my harvest.'" ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”
22 Naomi told her daughter-in-law Ruth, "Good, my daughter—go out with his young women, so you won't be harmed in another field." ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”
23 She stayed close to Boaz's young women, gleaning until the barley and wheat harvests ended, and lived with her mother-in-law. ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]