Skip to content
The Believer's Library

Indian Revised Version(IRV) Odia - 2021

Ruth 3 IRVOry

Show IRVOry only
Verse × ×
1 Then her mother-in-law Naomi said, "My daughter, shouldn't I seek a home for you, so it goes well for you? ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?
2 Isn't Boaz, whose young women you were with, our relative? Tonight he winnows barley at the threshing floor. ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।
3 Wash, perfume yourself, put on your cloak, and go down to the threshing floor. Don't reveal yourself to the man until he finishes eating and drinking. ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।
4 When he lies down, note the place; go uncover his feet and lie down—he'll tell you what to do." ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”
5 And Ruth said to her, "All that you say I will do." ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”
6 So she went down to the threshing floor and did everything her mother-in-law had told her. ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।
7 Boaz ate, drank, and felt good, then lay down at the end of the grain heap. She came secretly, uncovered his feet, and lay down. ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।
8 At midnight the man was startled, turned over, and there lay a woman at his feet! ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
9 "Who are you?" he asked. "I am Ruth, your servant," she said. "Spread your cloak's corner over your servant, for you are a redeemer." ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”
10 He said, "Blessed are you by our Father, my daughter. This last kindness is better than the first, since you didn't chase young men, poor or rich. ସେ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
11 Now, my daughter, don't be afraid. I'll do all you ask, for my whole town knows you're a worthy woman. ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
12 Now it is true that I am a redeemer, yet there is a redeemer nearer than I. ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।
13 Stay tonight. In the morning, if he'll redeem you—good, let him redeem. If not, as our Father lives, I will redeem you. Lie down until morning." ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”
14 She lay at his feet until morning, rose before anyone was recognizable, for he said, "No one may know a woman came to the threshing floor." ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”
15 He said, "Bring the shawl you're wearing; hold it out." She held it out. He measured six portions of barley, put it on her, and went into the city. ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।
16 When Ruth came to her mother-in-law, Naomi asked, "How did it go, my daughter?" She told her all the man had done for her. ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।
17 She said, "He gave me these six measures of barley, saying, 'Don't return to your mother-in-law empty-handed.'" ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।
18 Naomi said, "Wait, my daughter, until you know the outcome, for the man won't rest until he settles it today." ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]