Skip to content
The Believer's Library

Indian Revised Version(IRV) Odia - 2021

Ruth 4 IRVOry

Show IRVOry only
Verse × ×
1 Boaz went up to the town gate and sat. When the family redeemer he'd mentioned came by, Boaz said, "Come sit here, friend." So he came and sat. ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
2 Then he took ten of the town elders and said, "Sit here." So they sat down. ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।
3 He told the family redeemer, "Naomi, back from Moab's country, is selling the parcel of land that belonged to our brother Elimelech. ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।
4 So I decided to tell you: buy it before those sitting here and my people's elders. If you'll redeem it, redeem it. If not, tell me so I know, since no one but you can redeem, and I'm after you." He said, "I will redeem it." ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”
5 Boaz said, "The day you buy the field from Naomi, you also acquire Ruth the Moabite, the dead man's widow, to raise up his name on his inheritance." ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”
6 Then the redeemer said, "I can't redeem it myself, or I'd ruin my own inheritance. You take my right of redemption; I cannot redeem it." ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”
7 Earlier in Israel, to make any deal for redeeming or exchanging property binding, a man would take off his sandal and give it to the other. This confirmed agreements in Israel. ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।
8 So when the family redeemer said to Boaz, "Buy it for yourself," he took off his sandal. ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।
9 Then Boaz told the elders and all the people, "You are witnesses today that I have bought from Naomi all that belonged to Elimelech, Chilion, and Mahlon. ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।
10 I have also taken Ruth the Moabite, Mahlon's widow, as my wife, to preserve the dead man's name with his inheritance, so his name won't vanish from his family or his hometown's records. You are witnesses today." ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”
11 Then all the people at the gate and the elders said, "We are witnesses. May our Father make the woman entering your house like Rachel and Leah, who together built the house of Israel. Prosper in Ephrathah and be famous in Bethlehem. ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।
12 May your house be like Perez's, whom Tamar bore to Judah, through the children our Father gives you by this young woman." ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”
13 So Boaz took Ruth as his wife. He slept with her, and our Father let her conceive, and she gave birth to a son. ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।
14 Then the women said to Naomi, "Praise our Father, who has not left you today without a family redeemer—may his name become famous in Israel! ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।
15 He will renew your life and sustain your old age, for your daughter-in-law who loves you, worth more to you than seven sons, has borne him." ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”
16 Then Naomi took the child, held him on her lap, and cared for him. ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।
17 The neighbor women named him: "A son is born to Naomi!" They called him Obed, father of Jesse, father of David. “ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।
18 Now these are the generations of Perez: Perez fathered Hezron, ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;
19 Hezron fathered Ram, Ram fathered Amminadab, ହିଷ୍ରୋଣର ପୁତ୍ର ରାମ୍‍ ଓ ରାମ୍‍ର ପୁତ୍ର ଅମ୍ମୀନାଦବ
20 Amminadab fathered Nahshon, Nahshon fathered Salmon, ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ
21 Salmon fathered Boaz, Boaz fathered Obed, ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍
22 Obed fathered Jesse, and Jesse fathered David. ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]