Skip to content
The Believer's Library

Indian Revised Version(IRV) Odia - 2021

Titus 1 IRVOry

Show IRVOry only
Verse × ×
1 Paul, servant of our Father and apostle of Jesus Christ, for the faith of our Father's chosen ones and knowledge of truth leading to devotion to God, ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,
2 in the hope of eternal life, which our Father, who never lies, promised before the ages began, ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;
3 and at his own time he revealed his word through the message entrusted to me by command of our Father, our Savior. ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।
4 To Titus, my true child in shared faith: grace and peace from our Father and Christ Jesus our Savior. ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
5 I left you in Crete for this reason: to finish what remained and appoint elders in every town, as I instructed you. ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
6 An elder must be blameless, husband of one wife, with faithful children not accused of wild living or rebellion. ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
7 For an overseer, as our Father's steward, must be blameless—not arrogant, not quick-tempered, not a drunkard, not violent, not greedy for dishonest gain, କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,
8 but hospitable, a lover of what is good, self-controlled, upright, holy, and disciplined. ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
9 He must hold firmly to the trustworthy message as taught, so he can encourage with sound teaching and refute those who oppose it. ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
10 For many are rebellious, talking nonsense and misleading others—especially the circumcision group. କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
11 They must be silenced, because they wreck whole households, teaching what they shouldn't, for shameful profit. ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
12 One of their own prophets said it: "Cretans are always liars, evil beasts, lazy gluttons." ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।
13 This testimony is true. Therefore rebuke them sharply, so that they will be sound in the faith, ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
14 and ignore Jewish myths and rules from those who reject the truth. ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
15 Everything is pure to the pure; but for the corrupted and unbelieving, nothing is pure—both mind and conscience made unclean. ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
16 They claim to know our Father, but deny him by their actions—detestable, disobedient, unfit for any good work. ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]