Skip to content
The Believer's Library

Indian Revised Version(IRV) Odia - 2021

Titus 2 IRVOry

Show IRVOry only
Verse × ×
1 But as for you, speak what is fitting for sound teaching. କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
2 Older men are to be sober-minded, dignified, self-controlled, sound in faith, love, and patient endurance. ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
3 Older women likewise: deeply respectful in behavior, not slanderers, not enslaved to much wine, but teachers of what is good, ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4 so that they may train the young women to love their husbands and to love their children, ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5 self-controlled, pure, working at home, good, submissive to their own husbands, so our Father's word isn't insulted. ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।
6 Likewise urge the younger men to be self-controlled. ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7 In everything be an example of good works, with integrity and dignity in your teaching, ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
8 healthy words beyond criticism, so any opponent is ashamed, with nothing bad to say about us. ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
9 Slaves must submit to their own masters in everything, pleasing them, not talking back, ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10 not stealing, but showing complete, good faithfulness, so they adorn, in everything, the teaching of our Father, our Savior. ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
11 For the grace of our Father has appeared, bringing salvation to all people, କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12 teaching us to reject wickedness and worldly desires, and live self-controlled, upright, and godly lives in this present age, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
13 waiting for the blessed hope and glorious appearing of our great God and Savior, Jesus Christ, ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।
14 who gave himself for us to redeem us from all lawlessness and purify for himself a people of his own, eager for good works. ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
15 Declare these things; encourage and rebuke with all authority. Let no one disregard you. ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]